ଧର୍ମପରାୟଣ ମହିଳାଙ୍କ ପରଲୋକ
ବନ୍ତ,(ଯୁଗାବ୍ଦ ନ୍ୟୁଜ୍): ଭଦ୍ରକ ବ୍ଲକ କାଉପୁର ପଞ୍ଚାୟତ ବଙ୍ଗାଳୀ ସାହି ଗ୍ରାମର ସମାଜସେବୀ ତଥା ଧର୍ମପରାୟଣ ମହିଳା ତଉଲୀ ବେହେରା(୮୩)ଙ୍କର ଶୁକ୍ରବାର ସନ୍ଧ୍ୟା ସାଢେ ୭ଟା ବେଳେ ପରଲୋକ ଘଟିଛି । ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ତାଙ୍କ ମୃତ୍ୟୁ ଶର୍ଯ୍ୟା ନିକଟରେ ପୁଅ, ବୋହୁ ଓ ପରିବାରବର୍ଗ ଉପସ୍ଥିତ ଥିଲେ । ତାଙ୍କର ଶେଷ ଦର୍ଶନ ପାଇଁ ବହୁ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ôଚ ଶବାଧାରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ତାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ନିଆ ଯାଇ ଦାହ କରାଯାଇଥିଲା । ବଡପୁଅ ଲକ୍ଷ୍ମୀଧର ମୁଖାଗ୍ନି ଦେଇଥିଲେ । ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।