ଆଜି ୪୧ କରୋନା ପଜିଟିଭ୍ ଚିହ୍ନଟ,ସଂଖ୍ୟା୨୭୯ରେ ପହଞ୍ଚିଲା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲାରେ କରୋନା ପଜିଟିଭ୍ ସଂଖ୍ୟା ଦିନକୁ ନିନ ବଢିଚାଲିଛି । ସ୍ଥିତି ଅତ୍ୟନ୍ତ ଉଦ୍‌ବେଗଜନକ ହେବାରେ ଲାଗିଛି । ଆଜି ଗୋଟାଏ ଦିନରେ ୪୧ ଜଣ ଚିହ୍ନଟ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି । ଆଜିର ଏହି ୪୧ କରୋନା ରୋଗୀ ଚିହ୍ନଟ ପରେ ମୋଟ ସଂଖ୍ୟା ୨୭୯ରେ ପହଞ୍ଚିଛି । ଏହି ୪୧ ଜଣଙ୍କୁ ଆଜି ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏ ନେଇ ଏକ ପ୍ରେସ ଇସ୍ତହାର ମାଧ୍ୟମରେ ଜଣାଇଛନ୍ତି,ଆଜି ପୁଣି ୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛି । ଏହି ୪୧ଜଣଙ୍କୁ ମିଶାଇ ବର୍ତ୍ତମାନ ଗଜପତିରେ ୨୭୯ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନିକ ଅଧିକାରୀମାନଙ୍କୁ ସମ୍ପୁଣ୍ଣ ଭାବେ ଏ ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜି ନୁତନ ଭାବେ ଯେଉଁ ୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ତାମିଲନାଡୁରୁ ୧୪ଜଣ,ଆନ୍ଧ୍ରରୁ ୫ ଜଣ,ତେଲାଙ୍ଗାନାରୁ ୬ଜଣ,କର୍ଣ୍ଣାଟକରୁ ଜଣେ,ମହାରଷ୍ଟ୍ରରୁ ୫ଜଣ ପ୍ରବାସୀ ଗଜପତି ଜିଲ୍ଲାକୁ ଫେରିଥିଲେ । ଏମାନଙ୍କ ସହ ୮ଜଣ କଣ୍ଟାନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨ଜଣ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଚିହ୍ନଟ ହୋଇଛନ୍ତି । ଏହି ୪୧ ଜଣଙ୍କ ମଧ୍ୟରୁ ୪୦ଜଣଙ୍କୁ ଆର.ସୀତାପୁର ଠାରେ ଥିବା କୋଭିଡ ହସ୍ପିଟାଲରେ ଏବଂ ଜଣେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏମାନଙ୍କୁ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି । ଗଜପତି ଜିଲ୍ଲାପାଳ ସାଧାରଣଙ୍କୁ ଅନୁରୋଧ କରିଛନ୍ତି,ଜିଲ୍ଲାବାସୀ ଏଥିରେ କୌଣସି ଭୟଭୀତ ହେବାର ଆବଶ୍ୟକତା ନାହିଁ । ଅନ୍ୟ ପକ୍ଷରେ ଜନସାଧାରଣ ଲକ୍‌ଡାଉନ୍ ନିୟମକୁ ମାନି ନିଜ ନିଜର ଘରେ ସୁରକ୍ଷିତ ଭାବେ ରୁହନ୍ତୁ ଏବଂ ପ୍ରଶାସନକୁ ସହଯୋଗ କରନ୍ତୁ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ