ଯାଜପୁରରେ ଲୋକଙ୍କୁ ଅଫିସ ମନା

ଭୁବନେଶ୍ୱର: ଯାଜପୁର ଜିଲ୍ଲାରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା କରାଯାଇଛି । ଆସନ୍ତା ୮ ତାରିଖ ମଧ୍ୟରାତ୍ର ଯାଏ ଅଫିସ ଯିବାକୁ ବାରଣ କରିଛନ୍ତି ଜିଲ୍ଲାପାଳ । ଗତ ୪୮ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଜିଲ୍ଲାପାଳ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ସବୁଠୁ ବଡ଼ କଥା ହେଲା ୮୧ ଜଣଙ୍କ ମଧ୍ୟରୁ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି । ପ୍ରକାଶ ଯେ, ରାଜ୍ୟରେ ସୋମବାର ଆଉ ୨୪୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୋମବାର ଚିହ୍ନଟ ୨୪୫ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୯୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛକୁ ଯାଜପୁରରୁ ୪୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ