୫ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଏବେ ଲଘୁଚାପ କିମ୍ବା ଘୂର୍ଣ୍ଣିବଳୟ ନାହିଁ। ତେବେ ଉତ୍ତରପୂର୍ବ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌ ଥିବାରୁ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ମୌସୁମି ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମଙ୍ଗଳବାର ରାଜ୍ୟର ୧୦ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂଭଞ୍ଜ, ଅନୁଗୁଳ, ପୁରୀ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତକାଲି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ସମ୍ବଲପୁର, ଦେବଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ଜୁଲାଇ ପହିଲାରୁ ରାଜ୍ୟରେ ବର୍ଷା ଲାଗି ରହିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ। ସେହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ। ଏଥିସହ ସେହିଦିନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ‌ସେହିପରି ୩ ତାରିଖ ଦିନ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା ବଲାଙ୍ଗିର, ସୋନପୁର, ସମ୍ବଲପୁର, ‌ବୌଦ୍ଧ, ବରଗଡ଼, କଳାହାଣ୍ଡି, କୋରାପୁଟ, ଗଞ୍ଜାମ ଓ ନବରଙ୍ଗପୁର।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ