କଟକ ସହରରେ ପୁଣି ୧୧ ପଜିଟିଭ
କଟକ: ଶନିବାର କଟକ ସହରରୁ ଆଉ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ୬ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲର ୫ ରୋଗୀ ଓ ସମ୍ପର୍କୀୟ ପଜିଟିଭ ଚିହ୍ନଟ ହୋଇଛନ୍ତି । ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ୬ ଜଣ ଏକ ଘରୋଇ ହସ୍ପିଟାଲର କର୍ମଚାରୀ ବୋଲି ଜଣାଯାଇଛି । ଅନ୍ୟପକ୍ଷରେ କଟକ ରାଣୀହାଟ ମାଳିସାହିକୁ କଟକ ମହାନଗର ନିଗମ ବା ସିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି । କରୋନା ଆକ୍ରାନ୍ତ ଚିହ୍ନଟ ପରେ କଟକ ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ଗାଡ଼ି ଆତଯାତକୁ ମନା କରାଯାଇଥିବାବେଳେ ଘରୁ କେହି ନବାହାରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରୁ ଶନିବାର ଆଉ ୪୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


