ବିଦ୍ୟାଳୟରେ ବନମହୋତ୍ସବ ପାଳିତ

ଗାଙ୍ଗପୁର/ବେଲଗୁଣ୍ଠI, (ଶିବରାମ ଚୌଧୁରୀ):  ବେଲଗୁଣ୍ଠI ବ୍ଲକ୍ ଅନ୍ତର୍ଗତ କ୍ଷତ୍ରିୟବରପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୧ ତମ ବନମହୋତ୍ସବ ପାଳିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ବନାଞ୍ଚଳର ରେଞ୍ଜର କୁମର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା,ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ , ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ ରଥ ପ୍ରମୁଖ ଯୋଗଦେଇଥିଲେ I ଅତିଥିମାନେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିବା ସହ ବନ ମହୋତ୍ସବର ମହତ୍ତ୍ଵ ବିଷୟରେ ଆଲୋଚନା କରିଥିଲେ I ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ଗାଙ୍ଗପୁର ବନପାଳ ଜି ଭେଙ୍କଟ ରାଓ ଦୋରା , ଫରେଷ୍ଟ ଗାର୍ଡ଼ ଶିବ ରାମ ବିଷୋୟୀ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ କର୍ମଚାରୀ ସହଯୋଗ କରିଥିଲେ I କାର୍ଯ୍ୟକ୍ରମ ଶେଷରେ ଶିକ୍ଷକ ଜୟ ରାମ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ I ସମସ୍ତ କାର୍ଯ୍ୟକ୍ରମ କୋଭିଡ-୧୯ ମାର୍ଗଦର୍ଶିକା ଅନୁଯାୟୀ ସାମାଜିକ ଦୂରତ୍ଵ, ସ୍ଵଚ୍ଛତା ଏବଂ ମାସ୍କ ବ୍ୟବହାର କରାଯାଇ ପରିଚାଳନା କରାଯାଇଥିଲା I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ