ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଲା
ନୂଆଦିଲ୍ଲୀ : ଦେଶରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭାରତ ସାରା ବିଶ୍ୱରେ କରୋନା ପ୍ରଭାବିତ ଦେଶ ତାଲିକାରେ ଋଷକୁ ପଛରେ ପକାଇ ତୃତୀୟ ସ୍ଥାନରେ ପହଞ୍ଚିଛି । ଆଜି ପୁଣି ୨୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭ ଲକ୍ଷ ପାର ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୨୦ ହଜାର ଡେଇଁଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୧୯ ହଜାର ୬୬୫ରେ ପହଞ୍ଚିଛି । ସେହିପରି ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୦ ହଜାର ଟପିଛି ।


