ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରଜରାଜନଗର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନଙ୍କ ଘର ସମେତ ୩ଟି ସ୍ଥାନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଛି । ରାଉରକେଲା ଭିଜିଲାନ୍ସ ଡିଏସ୍ପି ବିରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଭିଜିଲାନ୍ସର ୧୦ ଜଣିଆ ଟିମ୍ ବ୍ରଜରାଜନଗର ରାଜପୁର କଟାପାଲି ସ୍ଥିତ କୁଞ୍ଜବନଙ୍କ ପୈତୃକ ଘରରେ ଚଢ଼ାଉ କରିଥିଲେ। ସେହି ପରି ବନ୍ଧବାହାଲ ସ୍ଥିତ କୁଞ୍ଜବନଙ୍କ ଶ୍ୱଶୁର ଘର, ଦେବଗଡ଼ ଘର ଓ ଅଫିସରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଅନ୍ୟାନ୍ୟ କାଗଜପତ୍ର ଭିଜିଲାନ୍ସ ଯାଞ୍ଚ କରୁଥିବା ସୂଚନା ମିଳିଛି ।


