ଗଜପତିରେ ପୁଣି ୩ ପଜିଟିଭ୍ : ସଂଖ୍ୟା ଛୁଇଁଲା ୫୧୯
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା)-ଗଜପତି ଜିଲ୍ଲାରେ ଦିନକୁ ଦିନ କରୋନାର ସ୍ଥିତି ସଙ୍ଗୀନ ହେବା ସହ କାୟା ବିସ୍ତାର କରିବାରେ ଲାଗିଛି । ଆଜି ପୁଣି ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହି ଜଣକୁ ମିଶାଇ ସଂଖ୍ୟା ୫୧୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୩ଜଣକ ମଧ୍ୟରେ ଜଣେ ମହିଳା ଓ ୨ପୁରୁଷ ଥିବା ଜଣାପଡିଛି । ଏହି ୩ଜଣଙ୍କ ମଧ୍ୟରୁ ୨ଜଣ ନୁଆଗଡ ବ୍ଲକ ଏବଂ ଜଣେ ଗୋଷାଣୀ ବ୍ଲକର ବୋଲି ସୁଚନା ମିଳିଛି । ଏମାନଙ୍କ ବୟସ ୪୫ରୁ ୬୪ ବର୍ଷ ମଧ୍ୟରେ ବୋଲି ଜଣାପଡିଛି । ଏମାନେ ସମସ୍ତଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏ ନେଇ ଗଜପତି ଜିଲ୍ଲାପାଳ ଅନୁପମ ସାହା ପ୍ରେସ ଇସ୍ତହାର ମାଧ୍ୟମରେ ଏହି ସୁଚନା ପ୍ରଦାନ କରି ସମଗ୍ର ଜିଲ୍ଲାବାସୀଙ୍କୁ ଏ ନେଇ ସମ୍ପୁର୍ଣ୍ଣ ସଚେତନ ରହି ସାମାଜିକ ଦୁରତା ଓ ସୁରକ୍ଷାରେ ପ୍ରତ୍ୟେକ ବ୍ୟକ୍ତି ନିଜ ନିଜ ଘରେ ସୁରକ୍ଷିତ ରୁହନ୍ତୁ ବୋଲି ପରାମର୍ଶ ଦେଇଛନ୍ତି ।


