ରାଜଭବନକୁ ପ୍ରବେଶ ମନା

ଭୁବନେଶ୍ୱର: ରାଜଧାନୀରେ କରୋନାକୁ ନେଇ ଅଣାୟତ୍ତ ପରିସ୍ଥିତି ସୃଷ୍ଟି ହୋଇଛି । ସହରରେ କରୋନା ବେକାବୁ ହୋଇଛି । ହସ୍ପିଟାଲ, ବସ୍ତି ଓ କଲୋନୀରୁ ଡେଇଁ ଏବେ ପ୍ରତିଷ୍ଠିତ ସରକାରୀ ଓ ଘରୋଇ ଅଫିସରେ ପଶିଛି । ଏହାରି ଭିତରେ ଏକ ବଡ଼ ଖବର ସାମାନୁ ଆସିଛି । ତାହା ହେଲେ ଏବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଭବନ ଭିତରକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଜୁଲାଇ ୩୧ ତାରିଖ ଯାଏଁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ତେବେ ଫୋନ, ଫ୍ୟାକ୍ସ ଓ ଇମେଲରେ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ ପରାମର୍ଶ ଦିଆଯାଇଛି । ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକସେବା ଭବନରେ ମଧ୍ୟ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ