୩୬ ପୁଲିସ କର୍ମଚାରୀ କରୋନା ଆକ୍ରାନ୍ତ

ସୁନ୍ଦରଗଡ: ରାଜ୍ୟରେ ଆଜି ଚିହ୍ନଟ ୫୪୩ କରୋନା ପଜିଟିଭଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରେ ୫୨ ଜଣ ଚିହ୍ନଟ ହୋଇଛନ୍ତି । ତେବେ ସମ୍ପୃକ୍ତ ୫୨ ଜଣଙ୍କ ମଧ୍ୟରୁ ୩୭ ଜଣ ହେଉଛନ୍ତି କରୋନା ଯୋଦ୍ଧା । ୩୭ ଯୋଦ୍ଧାଙ୍କ ମଧ୍ୟରେ ୩୬ ଜଣ ପୁଲିସ କର୍ମଚାରୀ ଓ ଜଣେ ଡାକ୍ତର ଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କୁ କୋଡିଭ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୨୨ ଜଣଙ୍କୁ ହୋମ କ୍ୱାରେଣ୍ଟାଇନରେ ରଖାଯାଇଛି । ୨ ଲୋକାଲ କଣ୍ଟାକ୍ଟ ଓ ୭ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ପ୍ରକାଶ ଯେ, ରାଜ୍ୟରେ ଆଜି ଆଉ ୫୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ଚିହ୍ନଟ ୫୪୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୦ ରେ ପହଞ୍ଚିଛି। ଆଜି ଚିହ୍ନଟ ୫୪୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୮୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ