ବୁଧବାର ଠାରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲା
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) : ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ସକାଳ ୬ଟା ଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜିଲ୍ଲାରେ ଦୋକାନବଜାର ଖୋଲା ରହିବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ନିର୍ଦେଶ ଦେଇଛନ୍ତି । ଏହି ନିୟମକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦେଶ ଦିଆଯାଇଥିବା ବେଳେ ଔଷଧ ଦୋକାନ ଓ ପେଟ୍ରୋଲପମ୍ପ ଗୁଡିକୁ ଏଥିରୁ ବାଦ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି ।


