ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ

ବ୍ରହ୍ମପୁର, (ରାଜେଶ କୁମାର ପଟ୍ଟନାୟକ):ଗଞ୍ଜାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ନୂତନ ରଣ କୌଶଳ ଗ୍ରହଣ କରିଛନ୍ତି। ବିଶେଷ କରି ଭିତ୍ତିଭୂମି ସମ୍ପ୍ରସାରଣ, ଟେଲି ମେଡିସିନ ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଲୋକସେବା ଭବନରେ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି।ନିଷ୍ପତି ଅନୁଯାୟୀ, ବ୍ରହ୍ମପୁର ମେଡିକାଲ କଲେଜରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ନିଯୁକ୍ତି କରାଯିବ। କୋଭିଡ୍‌ ପରିଚାଳନାରେ ସେ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ସହାୟତା କରିବେ। ଏମ୍‌କେସିଜିର ଶିଶୁ ରୋଗ ଓ୍ବାର୍ଡକୁ ୧୦୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟରରେ ପରିଣତ କରାଯିବ। ଏହା ଜିଲ୍ଲାପାଳଙ୍କ ତତ୍ତ୍ୱାବଧାନରେ ରହିବ। ସେହିପରି ବିଦ୍ୟୁତ୍‌ପୁରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ବ୍ରହ୍ମପୁର ମହାନଗର ନିଗମ ପରିସରରେ ଥିବା ଶିଶୁମନ୍ଦିରରେ ୧୫୦ ଶଯ୍ୟାବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର କରାଯିବ। ଏହା ବ୍ରହ୍ମପୁର ମହାନଗର ନିଗମ ଦ୍ୱାରା ପରିଚାଳିତ ହେବ। ସିଟି ହସ୍ପିଟାଲ କୋଭିଡ୍‌ ରୋଗୀଙ୍କୁ ଚିକିତ୍ସା ସୁବିଧା ଯୋଗାଇବ। ଅମ୍ଳଜାନ ସ୍ତର କମ୍‌ ଥାଇ ବିଳମ୍ବରେ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନଙ୍କ ସକାଶେ ପ୍ରତ୍ୟେକ କୋଭିଡ୍‌ କେୟାର ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ୧୦ ପ୍ରତିଶତ ଶଯ୍ୟା ସଂରକ୍ଷିତ ରହିବ ବୋଲି ନିଷ୍ପତି ହୋଇଛି। ସେହିପରି ହୋମ୍‌ ଆଇସୋଲେଶନ୍‌ରେ ଥିବା ରୋଗୀମାନଙ୍କୁ ମେଡିସିନ, ଟିକା ଯୋଗାଇ ଦେବା ସହିତ ଓଡ଼ଆରେ ଔଷଧ ଖାଇବା ସୂଚନା ଦିଆଯିବ। ରୋଗୀଙ୍କ ଯତ୍ନ ନେଉଥିବା ବ୍ୟକ୍ତି ଏବଂ ସେମାନଙ୍କ ପରିବାରକୁ ଆବଶ୍ୟକ ଉପଦେଶ ସହିତ ଆଇସି ସାମଗ୍ରୀ ଯୋଗାଇ ଦିଆଯିବ। ବ୍ରହ୍ମପୁର, ଗୋପାଳପୁରରେ ଥିବା ହୋଟେଲଗୁଡିକୁ ଜିଲ୍ଲାପାଳ କୋଭିଡ୍‌ ଯୁଦ୍ଧରେ ଆଗରେ ଥିବା ଡାକ୍ତର ଓ ଅନ୍ୟମାନଙ୍କ ରହଣି ନିମନ୍ତେ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ