ଜଳସେଚନ ମନ୍ତ୍ରୀଙ୍କୁ ବିପ୍ଳବୀ କବି ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ସ୍ୱାଗତ
କେନ୍ଦ୍ରାପଡା, (ଯୁଗାବ୍ଦ ନ୍ୟୁଜ୍): ଓଡିଶାର ଜଳସେଚନ,ସୂଚନାସ ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ କେନ୍ଦ୍ରାପଡା ଗ୍ରସ୍ତ ଅବସରରେ ବିପ୍ଳବୀ କବି ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ମନ୍ତ୍ରୀ ଶ୍ରୀ ଦାସଙ୍କୁ ପୁଷ୍ପଗୁଛ ପ୍ରଦାନ କରାଯାଇ ସ୍ୱାଗତ କରାଯିବା ସହିତ କନିକା ପ୍ରଜା ଆନ୍ଦୋଳନର କର୍ଣ୍ଣଧାର,ମହାତ୍ମାଗାନ୍ଦିଙ୍କ ସାବରମତି ଆଶ୍ରମର ପ୍ରଥମ ଓଡିଆ ଛାତ୍ର ତଥା ବିପ୍ଳବୀ କବି ଆନନ୍ଦ ଚନ୍ଦ୍ର ଜେନାଙ୍କ ସ୍ୱରଚିତ ପୁସ୍ତକ “ଦୁଃଖିନୀ କନିକା”ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଆଳି ବିଧାୟକ ପ୍ରତାପ କେଶରୀ ଦେବ, ମହାକାଳପଡା ବିଧାୟକ ଅତନୁ ସାବ୍ୟସଚି ନାୟକ, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ସ୍ମୃତି କମିଟି ସଭାପତି କରୁଣାକର ଦାସ, ଉପସଭାପତି ପ୍ରଦୀପ କୁମାର ଦାଶ, ସମ୍ପାଦକ ରମଣୀରଞ୍ଜନ ରାଉତରାୟ, ଆଇନଜୀବି ସଞ୍ଜୟ କୁମାର ଜେନା, ଧିରେନ୍ଦ୍ର କୁମାର ଦାସ, ଶେଷଦେବ ଦାସ, ଗଗନବିହାରୀ ଜେନା, ରମାକାନ୍ତ ସ୍ୱାଇଁ, ନିରଞ୍ଜନ ବଳ, ଇତିହାସ ଲେଙ୍କା, ଅରୁଣ ପ୍ରସାଦ ଦାସ, ସେକ ଅଜିମୁଦ୍ଦିନ, ମନୋଜ ସାହୁ, ମାନସରଞ୍ଜନ ଧଳ ପ୍ରମୁଖ ଉପସ୍ଥିତ ରହି ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ ।