କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ

କେନ୍ଦ୍ରାପଡା ,(ଚିତ୍ତରଞ୍ଜନ ଦାସ) : ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କରୋନା ଗୋଷ୍ଠି ସଂକ୍ରମଣର ସମ୍ଭାବନାକୁ ଦୃଷ୍ଟିରେ ରଖି ଏହାକୁ ନିୟନ୍ତ୍ରଣରେ ରଖିବା ପାଇଁ ଅଗଷ୍ଟମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ସମଗ୍ର ଜିଲ୍ଲାରେ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ ସମର୍ଥ ବର୍ମା । ସେହି ଅନୁଯାଇ ଜିଲ୍ଲାର ସମସ୍ତ ଦୋକାନବଜାର ବନ୍ଦ ରହିବା ସହ ଜରୁରୀ କାର୍ଯ୍ୟ ବ୍ୟତିତ ଜନସାଧାରଣଙ୍କ ଚଳପ୍ରଚଳ ଉପରେ କଟକଣା ଜାରିକରାଯାଇଛି । ଏହିଦିନମାନଙ୍କରେ ଔଷଧ ଦୋକାନ ପେଟ୍ରୋଲପମ୍ପ ବ୍ୟତିତ ଅନ୍ୟ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ ରହିବ । ଶନିବାର ଓ ରବିବାର ବ୍ୟତିତ ଅନ୍ୟ ଦିନମାନଙ୍କରେ ଜିଲ୍ଲାର ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଳାରହିବ । ସନ୍ଧ୍ୟା ୬ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫୁ ବଳବତ୍ତର ରହିବ । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୪ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୩୮୪ ଜଣ ସୁସ୍ଥ ହୋଇଥିବା ବେଳେ ୯୦ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୪୭ହଜାର ୭୮୫ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୧୭୯ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ୧୯ଜଣ, ପଟ୍ଟାମୁଣ୍ଡାଇ ବ୍ଲକର ୬୨, ମହାକାଳପଡା ବ୍ଲକର ୨୪, କେନ୍ଦ୍ରାପଡା ପୈାରାଚଂଳ ୦, ମାର୍ଶାଘାଇ ବ୍ଲକର ୧୯, ରାଜନଗର ବ୍ଲକର ୧୭, ରାଜକନିକା ବ୍ଲକର ୧୮, ଆଳି ବ୍ଲକର ୨, ଡେରାବିଶି ବ୍ଲକର ୧୦ ଓ ଗରଦପୁର ବ୍ଲକର ୮ ଜଣ ଅଛନ୍ତି । ସମସ୍ତ ବ୍ୟବସାୟ ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ସାମାଜିକ ଦ୍ୱରତା ରକ୍ଷା କରି ବ୍ୟବସାୟ କରିବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ