ଦେଶରେ ଯୋଗୀ ପ୍ରଥମ ନବୀନ ତୃତୀୟ

(ଯୁଗାବ୍ଦ ନ୍ୟୁଜ)ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକା ପ୍ରକାଶ କରିଛି ଇଣ୍ଡିଆ ଟୁଡେ ଗ୍ରୁପ୍ ପକ୍ଷରୁ କରାଯାଇଥିବା ମୁଡ୍ ଅଫ୍ ନେଶନ ସର୍ଭେରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଲିକାର ପ୍ରଥମ ସ୍ଥାନରେ ଥିବାବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଲିକାର ତୃତୀୟ ସ୍ଥାନରେ ରହିଛନ୍ତି। ନବୀନଙ୍କ ସହ ଯୁଗ୍ମ ଭାବେ ତୃତୀୟ ସ୍ଥାନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରହିଛନ୍ତି। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅଛନ୍ତି। ସର୍ଭେ ଅନୁଯାୟୀ, କ୍ରମାଗତ ଭାବେ ୪ ବର୍ଷ ହେଲାଣି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ତାଲିକାର ୧ ନଂ ସ୍ଥାନରେ ରହି ଆସୁଥିବାବେଳେ ୧ ନଂ ସ୍ଥାନରୁ ଯାଇ ମମତା ୫ମ ସ୍ଥାନରେ ପହଞ୍ଚି ଯାଇଛନ୍ତି। ୪ର୍ଥ ସ୍ଥାନରେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ରହିଥିବା ସର୍ଭେରୁ ସାମ୍ନାକୁ ଆସିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ