କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନୀରବ ପ୍ରାର୍ଥନା ଓ ଶପଥ ପାଠ
ଛତ୍ରପୁର,(ଓ୍ବାଇଏନ୍ଏସ୍) : କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନୀରବ ପ୍ରାର୍ଥନା ସହ ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଅମୀୟ କୁମାର ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଡ.ଦିବ୍ୟଲୋଚନ ମହନ୍ତ, ଜିଲ୍ଲା ନିର୍ବାଚନ ଅଧିକାରୀ ଡ.ବିଜୟାନନ୍ଦ ସେଠୀ, ଡେପୁଟି କଲେକ୍ଟର ସ୍ନିଗ୍ଧାରାଣୀ ଧଳ, ଜିଲ୍ଲା ମଙ୍ଗଳ ଅଧିକାରୀ ପରକ୍ଷୀତ ଦାଶ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠୀଆ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣାଙ୍କ ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି କୋଭିଡ ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠା ଓ ଉତ୍ସର୍ଗୀକୃତ ସେବାକୁ ଉତ୍ସାହିତ କରିବା ନିମନ୍ତେ ଏକ ମିନଟ୍ ନୀରବ ପ୍ରାର୍ଥନା ସହ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ)ଶ୍ରୀ ସାହୁଙ୍କ ଅଧ୍ୟକ୍ଷତାରେ ଶପଥ ପାଠ ଗ୍ରହଣ କରାଯାଇଥିଲା । ସେହିପରି ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ସ୍ୱତନ୍ତ୍ର ଅତିରିକ୍ତ ଜିଲ୍ଲାପାଳ ପାରୁଲ ପାଟୱାରୀଙ୍କ ପୌରହିତ୍ୟରେ କୋଭିଡ୍ ଯୋଦ୍ଧାଙ୍କ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ଉପଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି, ଆସିଷ୍ଟାଣ୍ଟ କଲେକ୍ଟର ବିକ୍ରମ କୁମାର ଦୋରା ଓ ଅଶୋକ କୁମାର ପ୍ରଧାନ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ପଞ୍ଚାନନ ପଣ୍ଡା, ସେକ୍ଟସନ୍ ଅଫିସର ପ୍ରଶାନ୍ତ କୁମାର ଶତପଥୀ, ବରିଷ୍ଠ ରାଜସ୍ୱ ସହାୟକ ଅଖିଳ କୁମାର ସାବତଙ୍କ ସମେତ ସମସ୍ତ କର୍ମଚାରୀ ଅଂଶ ଗ୍ରହଣ କରିଥିଲେ । ସେହିପରି ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ବିଡିଓ ଅମ୍ବିକା ପ୍ରସାଦ ଦାଶ, ତହସିଲ କାର୍ଯ୍ୟାଳୟ ତହସିଲଦାର ନୀଳମାଧବ ଭୋଇ, ଏନ୍ଏସି କାର୍ଯ୍ୟାଳୟ କାର୍ୟ୍ୟ ନିର୍ବାହୀ ଅଧିକାରୀ ଏନ୍.ଗଣେଶ ବାବୁଙ୍କ ଏବଂ ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ଯୋଗାଣ ଅଧିକାରୀ ବିଷ୍ଣୁପ୍ରସାଦ ସୁପକାର, ଅତିରିକ୍ତ ଜିଲ୍ଲା ଯୋଗାଣ ଅଧିକାରୀ ଉମେଶ ଚନ୍ଦ୍ର ସ୍ୱାଇଁ ଓ ବ୍ରଜେନ୍ଦ୍ର କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।


