କୋଭିଡ୍ ଯୋଦ୍ଧାଙ୍କ ସମ୍ମାନରେ ନୀରବ ପ୍ରାର୍ଥନା ଓ ଶପଥ ପାଠ

ବାଲେଶ୍ୱର,(ସରୋଜ କୁମାର ପଣ୍ଡା ): ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ କୋଭିଡ୍ ଯୋଦ୍ଧାମାନଙ୍କ ତ୍ୟାଗକୁ ସମ୍ମାନ ପ୍ରଦର୍ଶନ କରିବା ଓ ସେମାନଙ୍କ ମନୋବଳ ବୃଦ୍ଧି କରିବା ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା ଓ ଶପଥ ପାଠ ବାଲେଶ୍ୱର ଜିଲ୍ଲା କଲେକ୍ଟୋରେଟ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଓସୱାନ ହଲରେ ମାନ୍ୟବର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀଯୁକ୍ତ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମାନ୍ୟବର ଭୋଗରାଇ ବିଧାୟକ ଶ୍ରୀଯୁକ୍ତ ଅନନ୍ତ ଦାସ, ମାନ୍ୟବର ଜଳେଶ୍ୱର ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ ପାତ୍ର, ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସୁକାନ୍ତ ନାୟକ, ମାନ୍ୟବର ବସ୍ତା ବିଧାୟକ ଶ୍ରୀଯୁକ୍ତ ନିତ୍ୟାନନ୍ଦ ସାହୁ, ମାନ୍ୟବର ରେମୁଣା ବିଧାୟକ ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପରିଡା, ଜିଲ୍ଲାପାଳ ଶ୍ରୀ କେ ସୁଦର୍ଶନ ଚକ୍ରବର୍ତୀ ଉପସ୍ଥିତ ରହି ଭିଡିଓ କନଫରେନ୍ସିଂ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତୀ ମାନ୍ୟବର ମନ୍ତ୍ରୀ ଓ ବିଧାୟକମାନଙ୍କୁ ଜିଲ୍ଲାର କୋଭିଡ ସ୍ଥିତ ସଂପର୍କରେ ସୂଚନା ଦେଇଥିଲେ । ବାଲେଶ୍ୱର ଜିଲ୍ଲା ତଥା ଓଡିଶାର ବିଭିନ୍ନ ବର୍ଗର ଜନସାଧାରଣ ଆଜିର କାର୍ଯ୍ୟକ୍ରମରେ ଯୋଗ ଦେଇ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଛନ୍ତି । ଅନୁରୂପ ଭାବେ କଲେକ୍ଟୋରେଟ୍ ପରିସରରେ ଅନୁଷ୍ଠିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ନାୟକ, ଆଇ.ଏ.ଏସ. ପ୍ରୋବେସନର ଅନନ୍ୟା ଦାସଙ୍କ ସମେତ ବିଭାଗୀୟ ପଦାଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇ ନୀରବ ପ୍ରାର୍ଥନା ଓ ଶପଥ ପାଠ କରିଥିଲେ । ସମସ୍ତେ ନିଜ ନିଜ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖି, ମାସ୍କ ପରିଧାନ ପୂର୍ବକ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଅନୁରୂପ ଭାବେ ପୋଲିସ ପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା, ଜିଲ୍ଲା ସମାଜ ମଙ୍ଗଳ, ଶିକ୍ଷା ବିଭାଗ ସମେତ ବିଭିନ୍ନ ଲାଇନ ଡିପାର୍ଟମେଂଟ ପକ୍ଷରୁ ନିଜ ନିଜ କାର୍ଯ୍ୟାଳୟରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ନୀରବ ପ୍ରାର୍ଥନା ଓ ଶପଥ ପାଠ କରାଯାଇଥିଲା । ଜିଲ୍ଲାର ଅନ୍ୟାନ୍ୟ ଅଂଚଳରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ