ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ
କଟକ,(ଶ୍ରୀନିବାସ ରାଉତ):ପ୍ରଭୁ ଶ୍ରୀ କୃଷ୍ଣ ଙ୍କ ଜନ୍ମ ଉତ୍ସବ ଅବସର ରେ ଆଜି ଶ୍ରୀମନ୍ଦିରରେ ସଂନ୍ଧ୍ୟା ଆଳତି ବେଶରେ ଠାକୁରଙ୍କୁ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ । ସଂନ୍ଧ୍ୟାଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଓରିଆ, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯିବ ।ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପଣ୍ଡା, ପତି ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିବେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ଦେବକୀ ରୂପ ଧାରଣ କରି ଗର୍ଭ ଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଜେଉଡ ପ୍ରସାଦ ଲାଗି କରାଯାଇଥାଏ ।


