ଭାରତର ଆରୋଗ୍ୟ ହାର ପାଖାପାଖି ୭୦ ପ୍ରତିଶତ

ନୂଆଦିଲ୍ଲୀ:ସକ୍ରିୟ ଆବଧାଞ୍ଚଳର ସଫଳ ପରିଚାଳନା, ବ୍ୟାପକ ପରୀକ୍ଷା ଓ ଉତ୍ତମ ଚିକିତ୍ସା ଯୋଗୁଁ ଦେଶରେ କରୋନା ରୋଗୀ ସଂଖ୍ୟା ହ୍ରାସ ପାଇ ପାଖାପାଖି ଶତକଡା ୭୦ରେ ପହଞ୍ଚିଛି । ଅଧିକରୁ ଅଧିକ ରୋଗୀ ସୁସ୍ଥ ହୋଇ ଚିକିତ୍ସାଳୟ ଓ ଘରୋଇ ଏକାନ୍ତବାସରୁ ମୁକ୍ତି ପାଉଥିବା ବେଳେ ମୋଟ ସଂଖ୍ୟା ୧୫,୮୩,୪୮୯ରେ ପହଞ୍ଚିଛି । କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୪୭,୭୪୬ ଜଣ ହସ୍ପିଟାଲରୁ ଘରକୁ ଫେରିଛନ୍ତି । ଦେଶରେ ପ୍ରକୃତ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬,୩୯,୯୨୯ ହୋଇଥିବାବେଳେ ଏହା ମୋଟ ପଜିଟିଭ ମାମଲାର ମାତ୍ର ୨୮.୨୧ ପ୍ରତିଶତ । ସେମାନେ ବିଭିନ୍ନ ହସପିଟାଲର ତତ୍ଵାବଧାନରେ ଚିକିତ୍ସିତ ହେଉଛନ୍ତି । ନିରବଚ୍ଛିନ୍ନ ଭାବେ ସୁସ୍ଥତା ହାର ବୃଦ୍ଧି ପାଉଥିବା ଯୋଗୁଁ ସକ୍ରିୟ ରୋଗୀଙ୍କ ତୁଳନାରେ କରୋନା ସଂକ୍ରମଣରୁ ଆରୋଗ୍ୟ ହୋଇଥିବା ରୋଗୀଙ୍କ ସଂଖ୍ୟା ୯.୫ ଲକ୍ଷ ହୋଇଛି । ଭାରତର ପରୀକ୍ଷା, ଚିହ୍ନଟ, ଚିକିତ୍ସା ରଣନୀତି ସଫଳ ହୋଇଥିବାରୁ ପ୍ରତିଦିନ ଆରୋଗ୍ୟ ଓ ସଂକ୍ରମିତ ରୋଗୀଙ୍କ ମଧ୍ୟରେ ପାର୍ଥକ୍ୟ ବୃଦ୍ଧି ପାଇବାରେ ଲାଗିଛି । ଦକ୍ଷ କ୍ଲିନିକାଲ ଚିକିତ୍ସା, ଗୁଣାତ୍ମକ ସେବା ଓ ସମୟାନୁଯାୟୀ ଚିକିତ୍ସା ଯୋଗୁଁ କୋଭିଡ-୧୯ ପରିଚାଳନାରେ ଆଶାନୁରୂପ ଉନ୍ନତି ପରିଲକ୍ଷିତ ହୋଇଛି, ଫଳରେ ମୃତ୍ୟୁ ହାର ବିଶ୍ଵର ଅନ୍ୟାନ୍ୟ ଦେଶ ତୁଳନାରେ ଯଥେଷ୍ଟ କମ ରହିଛି । ଆଜି ଏହା ୨ ପ୍ରତିଶତରୁ ହ୍ରାସ ପାଇଁ ୧.୯୯ ପ୍ରତିଶତରେ ପହଞ୍ଚିଛି ।
କୋଭିଡ୍ ଜନିତ ସମସ୍ତ ପ୍ରକାର ବୈଷୟିକ ପ୍ରସଙ୍ଗରେ ନିର୍ଭୁଲ ଏବଂ ସର୍ବଶେଷ ତଥ୍ୟ, ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍ କରନ୍ତୁ: https://www.mohfw.gov.in/ and @MoHFW_INDIA

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ