ଦିଗପହଣ୍ଡିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର , (ଯୁଗାବ୍ଦ ନ୍ୟୁଜ) : କନ୍ୟାରତ୍ନ ମାନଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ପିତାମାତାଙ୍କୁ ସଚେତନ କରାଇବା ପାଇଁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ତୁରୁବୁଡି ପଞ୍ଚାୟତରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆସିକା ସାଂସଦ ପ୍ରମିଳା ବିଷୋୟୀ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥିଭାବେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଯୋଗଦେଇ ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥି ସହ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ,ଜିଲ୍ଲା ଶିଶୁ ସମନ୍ୱୟ ଅଧିକାରୀ ଏବଂ ସମସ୍ତ ସରକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ