ସ୍ୱଚ୍ଛ ଓଡିଶା ସୁସ୍ଥ ଓଡିଶା କାର୍ଯ୍ୟାଳୟ ଉଦଘାଟିତ

ଛତ୍ରପୁର : ଗଂଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର ବ୍ଲକ ପରିସରରେ ଆଜି ରାଜୀବଗାନ୍ଧୀ ପଞ୍ଚାୟତ ସଶକ୍ତିକରଣ ଅଭିଯାନ ପ୍ରକୋଷ୍ଠ , ସ୍ୱଚ୍ଛ ଓଡିଶା ସୁସ୍ଥ ଓଡିଶା କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ଏହାକୁ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଏବଂ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅତିଥୀ ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍.ଧନଞ୍ଜୟ ରେଡ୍ଡୀ, ଉପାଧ୍ୟାକ୍ଷା ଅମିତା ସାହୁ, ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶ, ଜଳ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ମଳୟ କୁମାର ନାୟକ ଓ ଶଶାଙ୍କ ଶେଖର ପାଢିଙ୍କ ସମେତ ସମସ୍ତ ଜନପ୍ରତିନିଧୀ ଓ ବ୍ଲକ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ