ପଂଚାୟତ କାର୍ଯ୍ୟାଳୟ ପରିସରରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଂଚାୟତ କାର୍ଯ୍ୟାଳୟ ପରିସରରେ ଏକ ମହାତ୍ମାଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ ଚକ୍ରୋଡା ପଂଚାୟତର ସରପଂଚ ବସନ୍ତ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ଅନାମବନ୍ଧୁ ଧଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମାଗାନ୍ଧୀଙ୍କ ଆବକ୍ଷ ପ୍ରତିମୂର୍ତ୍ତି କୁ ଉନ୍ମୋଚନ କରିଥିଲେ । ଏହି ଉତ୍ସବରେ ଅନ୍ୟତମ ସମ୍ମାନୀତ ଅତିଥି ଭାବେ ବିଡିଓ ସୁଧିର କୁମାର ସିଂ ଓ କେନ୍ଦ୍ରାପଡା ସଦର ଥାନା ଅଧିକାରୀ ପ୍ରମୋଦ କୁମାର ମଲ୍ଲିକ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟ ଶିବପ୍ରସାଦ ବିଶ୍ୱାଳ, ଓସ୍ତପୁର ପଂଚାୟତର ସମିତିସଭ୍ୟ ପ୍ରସନ୍ନ କୁମାର ରାଉତ, ଚକ୍ରୋଡା ପଂଚାୟତର ଜାନକିବଲ୍ଲଭ ମହାନ୍ତି, ଏମବିକେ ରଶ୍ମିତା ନାୟକ, ସଂଯୁକ୍ତା ମଳିକ, ଖଗେଶ୍ୱର ମୁଦୁଲି, ବଂଶୀଧର ନାୟକ, ଉଦ୍ଧବ ଚରଣ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।


