ଚକ୍ରୋଡା ପଂଚାୟତରେ ସ୍ୱାଧୀନତା ଦିବସ ପାଳିତ
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଂଚାୟତରେ ୭୪ତମ ସ୍ୱାଧୀନତା ଦିବସ କୋଭିଡ-୧୯ ନିୟମ ଅନୁପାଳନ ପୂର୍ବକ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସରପଂଚ ବସନ୍ତ କୁମାର ରାଉତ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପଂଚାୟତର ନାୟବ ସରପଂଚ,ସମସ୍ତ ୱାଡମେମ୍ବର ଓ ପଂଚାୟତ ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


