୩.୭ କୋଟିରେ ପହଁଚିଲା ନମୁନା ପରୀକ୍ଷଣ
ନୂଆ ଦିଲ୍ଲୀ:ପରୀକ୍ଷା, ଚିହ୍ନଟ ଓ ଚିକିତ୍ସା ରଣନୀତିକୁ ପାଥେୟ କରି ଦେଶରେ କରୋନା ପରୀକ୍ଷା ପାଖାପାଖି ୩.୭ କୋଟିରେ ପହଞ୍ଚିଛି । ଦେଶରେ ଦୈନିକ ପରୀକ୍ଷଣ ଅଧିକରୁ ଅଧିକ କରିବା ସଂକଳ୍ପ ଯୋଗୁଁ ମୋଟ ନମୁନା ପରୀକ୍ଷଣ ସଂଖ୍ୟା ୩,୬୮,୨୭,୫୨୦ରେ ପହଞ୍ଚିଛି । କେବଳ ଗତ ୨୪ ଘଣ୍ଟା ମଧ୍ୟରେ ୯,୨୫,୩୮୩ ନମୁନା ପରୀକ୍ଷା କରାଯାଇଥିବା ବେଳେ ନିୟୁତ ପିଛା ଏହି ସଂଖ୍ୟା ଦ୍ରୁତ ଗତିରେ ୨୬,୬୮୫କୁ ଛୁଇଁଛି । ସମୟୋଚିତ ଚିହ୍ନଟ, ସଂକ୍ରମିତଙ୍କୁ ତୁରନ୍ତ ଅଲଗା କରିବା ଏବଂ ଉପଯୁକ୍ତ ଚିକିତ୍ସା ଫଳରେ ସଂକ୍ରମଣ ବ୍ୟାପିବାକୁ ହ୍ରାସ କରାଯାଇ ପାରିଛି । ଗୋଟିଏ ମାତ୍ର ପୁଣେ ପରୀକ୍ଷାଗାରରୁ ଆରମ୍ଭ ହୋଇ ଆଜି ଦେଶର ମୋଟ ପରୀକ୍ଷାଗାର ସଂଖ୍ୟା ୧୫୨୪ରେ ପହଞ୍ଚିଛି । ଏଥିରେ ୯୮୬ଟି ସରକାରୀ ଓ ୫୩୮ଟି ଘରୋଇ ପରୀକ୍ଷାଗାର ରହିଛି ।
ନିର୍ଦ୍ଦେଶାବଳୀ ଓ ପରାମର୍ଶ ପାଇଁ ଭିଜିଟ୍ କରନ୍ତୁ: https://www.mohfw.gov.in/ and @MoHFW_INDIA ।
କୋଭିଡ୍ ସଂକ୍ରାନ୍ତ ବୈଷୟିକ ପ୍ରଶ୍ନ ପଠାଇବା ପାଇଁ covid19@gov.in ଏବଂ ଅନ୍ୟାନ୍ୟ ପ୍ରଶ୍ନ ncov2019@gov.in and @CovidIndiaSeva ।
କୋଭିଡ-19 ସଂକ୍ରାନ୍ତ କୌଣସି ପ୍ରଶ୍ନ ମଧ୍ୟ ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ହେଲ୍ପଲାଇନ ନଂ – +91-11-23978046 କିମ୍ବା 1075 (ନିଃଶୁଳ୍କ)କୁ ପଚରା ଯାଇପାରିବ ।
ରାଜ୍ୟଗୁଡିକର ହେଲ୍ପଲାଇନ ନଂ: https://www.mohfw.gov.in/pdf/ coronvavirushelplinenumber.pdfରେ ଉପଲବ୍ଧ ।