ଓଡ଼ିଶା ମତ୍ସ୍ୟ ଉତ୍ପାଦନ ନିଗମର ନୂତନ ଅଧ୍ୟକ୍ଷ ଅସିତ୍

ଭୁବନେଶ୍ୱର,(ଯୁଗାବ୍ଦ ନ୍ୟୁଜ୍): ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅସିତ୍ ପଟ୍ଟନାୟକ ଓଡ଼ିଶା ମତ୍ସ୍ୟ ଉତ୍ପାଦନ ନିଗମର ଅଧ୍ୟକ୍ଷ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ନିଗମର ବରିଷ୍ଠ କର୍ମ•ରୀମାନେ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରି ନିଗମ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ନିଗମର ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ଶ୍ରୀ ପଟ୍ଟନାୟକ ଦାୟିତ୍ୱ ଗ୍ରହଣ କରିବା ସମୟରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ବିଧାୟକ ଇଂ ରୋହିତ ପୂଜାରୀ, ପ୍ରଣବ ବଳବନ୍ତ ରାୟ, ବିଷ୍ଣୁବ୍ରତ ରାଉତରାୟ, ସୁଶାନ୍ତ ରାଉତ, ଓଡ଼ିଶା ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଅମରେଶ ପତ୍ରୀ, ଓଡ଼ିଶା ବିହନ ନିଗମ ଅଧ୍ୟକ୍ଷ ଈଶ୍ୱର ପାଣିଗ୍ରାହୀ, ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ଅନୁପ ସାଏ, ଓଡ଼ିଶା କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ, ଓଡ଼ିଶା ଖଦୀ ଏବଂ ଗ୍ରମୋଦ୍ୟୋଗ ବୋର୍ଡ଼ର ଅଧ୍ୟକ୍ଷ ସଂଗ୍ରାମ ପାଇକରାୟ, ଭୁବନେଶ୍ୱର ଜିଲ୍ଲା ସଭାପତି ଅମରେଶ ଜେନାଙ୍କ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ପଟ୍ଟନୟକଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ ସହିତ ଶୁଭେଚ୍ଛା ଜଣାଇଥିଲେ । ଭଦ୍ରକ ଓ ଭୁବନେଶ୍ୱରର ଶତାଧିକ ଯୁବ ଓ ଛାତ୍ର ନେତୃବୃନ୍ଦ ଉପସ୍ଥିତ ରହି ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀ ପଟ୍ଟନାୟକ ଦୃଢ ଓ ନିଷ୍ଠାର ସହ କାର୍ଯ୍ୟ ସମ୍ପାଦନ କରିବେ ବୋଲି ନିଜ ପ୍ରତିକ୍ରିୟାରେ ପ୍ରକାଶ କରିବା ସହିତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ