କରୋନା ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ତ୍ୱରିତ ପଦକ୍ଷେପ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ) : କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଅନୁସାରେ କେବଳ କଂଟେନମେଂଟ ଜୋନ ଗୁଡିକରେ ପ୍ରଶାସନର ନିଷ୍ପତି ଅନୁଯାଇ ଆବଶ୍ୟକୀୟ କଟକଣା ଲାଗୁ କରାଯିବ । କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ଅନୁଯାଇ ଜନସାଧାରଣ ମାସ୍କ ପିନ୍ଧିବା ଓ ସାମାଜିକ ଦ୍ୱରତା ରକ୍ଷା କରିବା ବାଧ୍ୟତାମୂଳକ କରାଯାଇଛି । ମହାମାରୀ କରୋନାର ପ୍ରତିରୋଧ ତଥା ଜାତୀୟ ବିପତିକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ଜାରି ରହିଛି । କେନ୍ଦ୍ରାପଡା ଜିଲ୍ଲାରେ ଆଜି ୫୭ ଜଣ କରୋନା ସଂକମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଆଜିସୁଧା ଜିଲ୍ଲାରେ ମୋଟ ୧୯୩୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୨୨୦ଜଣ ସୁସ୍ଥ ହୋଇଥିବା ବେଳେ ୭୧୫ଜଣ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି । ବାହାର ରାଜ୍ୟମାନଙ୍କରୁ ଆସୁଥିବା ପ୍ରବାସୀମାନଙ୍କୁ କରୋନା ପ୍ରତିରୋଧ ପାଇଁ ପ୍ରଶାସନିକ ତତ୍ୱାବଧାନରେ ବିଭିନ୍ନ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ କରାଯାଉଛି । ଆଜି ସୁଦ୍ଧା ରାଜ୍ୟ ବାହାରୁ ୫୭ହଜାର ୭୭୧ ଜଣ ପ୍ରବାସୀ ଆସିଛନ୍ତି । ଆଜି ଆସିଥିବା ୬୨୪ ଜଣଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡା ବ୍ଲକର ଶୁନ, ପଟ୍ଟାମୁଣ୍ଡାଇ ବ୍ଲକର ୧୭ , ମହାକାଳପଡା ବ୍ଲକର ଶୁନ, କେନ୍ଦ୍ରାପଡା ପୈାରାଚଂଳ ଶୁନ, ପଟ୍ଟାମୁଣ୍ଡାଇ ପୈାରାଂଚଳ ୬, ମାର୍ଶାଘାଇ ବ୍ଲକର ୨, ରାଜନଗର ବ୍ଲକର ଶୁନ, ରାଜକନିକା ବ୍ଲକର ୧୨, ଆଳି ବ୍ଲକର ୫୮୦, ଡେରାବିଶି ବ୍ଲକର ୪ ଓ ଗରଦପୁର ବ୍ଲକର ୩ ଜଣ ଅଛନ୍ତି । ଜିଲ୍ଲାପାଳ ଶ୍ରୀ ବର୍ମା କରୋନା ମୁକାବିଲାରେ ଜିଲ୍ଲାବାସୀଙ୍କ ସହଯୋଗ କାମନା କରି ଜନସାଧାରଣ ସର୍ବଦା ସଜାଗ ଓ ସଚେତନ ସହ ସାମାଜିକ ଦ୍ୱରତ୍ୱ ବଜାୟ ରଖି ମାସ୍କ ବ୍ୟବହାର କରିବାକୁ ନିବେଦନ କରିଛନ୍ତି । ଜନସାଧାରଣଙ୍କ ସୁବିଧା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇଗ୍ରେସନ ସହାୟତା କେନ୍ଦ୍ର ଯୋଗାଯୋଗ ଫୋନ ନମ୍ବର – ୮୭୬୩୩୪୯୪୩୮ ଉପଲବ୍ଧ କରାଯାଇଛି ।