ପରଲୋକରେ ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସ

ଭୁବନେଶ୍ଵର,(ୱାଇଏନ୍ଏସ୍): ବରିଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ଵରର ଏକ ଘରୋଇ ହସ୍‌ପିଟାଲ୍‌ରେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା ଅଜିତ୍‌ ଦାସ ୬୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ | ଅଜିତ ଦାସଙ୍କୁ ୧୯୭୬ ମସିହାରେ ନିର୍ମିତ ‘ସିନ୍ଦୂର ବିନ୍ଦୁ’ କଥାଚିତ୍ରରେ ଖଳନାୟକ ଭୂମିକାରେ ପ୍ରଥମ ସୁଯୋଗ ଦେଇଥିଲେ ଧୀର ବିଶ୍ୱାଳ। ଏହାପରେ ସେ ନାୟକ ଓ ଚରିତ୍ର ଭୂମିକାରେ ବହୁ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। କଥାଚିତ୍ର ବ୍ୟତି ଟେଲିଭିଜନ ଓ ମଞ୍ଚନାଟକ ସହିତ ମଧ୍ୟ ଜଡିତ ଥିଲେ। ସେ ଜଣେ ନିଖୁଣ ମଞ୍ଚ ଅଭିନେତା ମଧ୍ୟ ଥିଲେ। ତାଙ୍କ ପରଲୋକରେ ବହୁ ଚଳଚ୍ଚିତ୍ର ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ, ନିର୍ଦେଶକ ତଥା ବିଭିନ୍ନ ବ୍ୟକ୍ତି ବିଶେଷ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ