ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,(ୱାଇଏନ୍ଏସ୍): ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ | ଦୀର୍ଘ ଦଶନ୍ଧି ଧରି ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିଥିଲେ | ସେପ୍ଟେମ୍ବର ୧୩ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି ଶ୍ରୀ ପ୍ରଧାନ | ତାଙ୍କ ବିୟୋଗରେ ଓଡ଼ିଶା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି କହିଛନ୍ତି । ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା । ଦୀର୍ଘ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିରିଥିଲେ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶ୍ରୀ ପ୍ରଧାନ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି ।


