ପଦ୍ମ ଧରିଲେ ପ୍ରକାଶ ବେହେରା
କଂଗ୍ରେସ ଛାଡିଥିବା ସାଲେପୁର ବିଧାୟକ ପ୍ରକାଶ ବେହେରା ରବିବାର ବିଜେପିରେ ଯୋଗ ଦେଇଛନ୍ତି । ନୂଆଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ଜୁଏଲ ଓରାମ, ପ୍ରଭାରୀ ଅରୁଣ ସିଂ, ବିଧାୟକ ଦଳ ନେତା କେଭି ସିଂଦେଓ ଏବଂ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ବିଜେପିରେ ସାମିଲ ହୋଇଛନ୍ତି ।
ସୂଚନାଯୋଗ୍ୟ, ୨୦ବର୍ଷର ସଂପର୍କ ଛିନ୍ନ କରି ଶନିବାର ପ୍ରକାଶ ବେହେରା କଂଗ୍ରେସରୁ ଇସ୍ତଫା ଦେଇଥିଲେ । ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ପଠାଇଥିଲେ ।