କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷ ସୂର୍ଗତ ଅନାମବନ୍ଧୁ ଧଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷ ସୂର୍ଗତ ଅନାମବନ୍ଧୁ ଧଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ କେନ୍ଦ୍ରାପଡା ପଂଚାୟତ ସମିତି ଅଧ୍ୟକ୍ଷ ଅନାମବନ୍ଧୁ ଧଳଙ୍କ ଅକାଳ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ । ସୂର୍ଗତ ଧଳ କେନ୍ଦ୍ରାପଡା ବିଜୁ ଜନତା ଦଳର ଜଣେ ଦକ୍ଷ ସଂଗଠକ ଥିଲେ । ତାଙ୍କର ଅକାଳ ବିୟୋଗରେ କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ଅପୁରଣୀୟ କ୍ଷତି ଘଟିଲା । ତାଙ୍କର ଅମର ଆତ୍ମା ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇଛନ୍ତି ।