ଗଜପତିରେ କରୋନା ସଂକ୍ରମଣ ;ଆଜି ୩୧ଜଣ ପଜିଟିଭ୍ ଚିହ୍ନଟ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ , ଆଜି ୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୩୧ଜଣକୁ ମିଶାଇ ସଂଖ୍ୟା ୩୫୧୩ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୩୧ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୫ଜଣ,ଗୋଷାଣୀ ବ୍ଲକରୁ ୩ଜଣ,କାଶୀନଗର ବ୍ଲକରୁ ଜଣେ,ନୁଆଗଡ ବ୍ଲକରୁ ୮ଜଣ,ଗୁମ୍ମା ବ୍ଲକରୁ ୧୨ଜଣ,ଆର.ଉଦୟଗିରି ବ୍ଲକରୁ ଜଣେ,ମୋହନା ବ୍ଲକରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଏ ସମସ୍ତ ୩୧ଜଣଙ୍କ ମଧ୍ୟରୁ ସ୍ୱାସ୍ଥ୍ୟ କର୍ମୀଙ୍କ ଯାଞ୍ଚବେଳେ ୨୮ଜଣ,ପୁର୍ବ ସଂକ୍ରମିତଙ୍କ ସଂସ୍ପର୍ଷ ୩ଜଣ ଚିହ୍ନଟ ହୋଇଥିବା ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଅନୁପମ ସାହା ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ସୁଚନା ଦେଇଛନ୍ତି ।