ରାଜ୍ୟର ବୋହୁ ଜିଲ୍ଲାରେ ପ୍ରବଳ ଝଡ ବର୍ଷାର ସମ୍ଭାବନା

ଭୁବନେଶ୍ୱର,(ୱାଇଏନ୍ଏସ୍):  ଆଜି ଅପରାହ୍ନ ଠାରୁ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର, ଆଭ୍ୟନ୍ତର, କେନ୍ଦ୍ରୀୟ, ଉପକୂଳ ଓ ଦକ୍ଷିଣର ବହୁ ଜିଲ୍ଲାରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ଅପରାହ୍ନ ଠାରୁ ଆସନ୍ତାକାଲି ଅପରାହ୍ନ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ