ଓଡ଼ିଶା ଆଦର୍ଶ ବିଦ୍ୟାଳୟ +୨ ବିଜ୍ଞାନ ଶ୍ରେଣୀର ଅନଲାଇନ୍ ଶିକ୍ଷାଦାନ ଉଦଘାଟିତ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଞ୍ଜିଳିକାଟୁ ବ୍ଲକ୍ ଶାସନ ଆମ୍ଵଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଗୁରୁବାର ଦିନ +୨ ବିଜ୍ଞାନ ଶ୍ରେଣୀର ଅନଲାଇନ୍ ଶିକ୍ଷାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମକୁ ହିଞ୍ଜିଳିକାଟୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରସନ କୁମାର ପାତ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଏକାଦଶ ଶ୍ରେଣୀର ଶିକ୍ଷାର୍ଥୀ ମାନେ ଅଂଶ ଗ୍ରହଣ କରିଥିଲେ । ସଠିକ୍ ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଶିକ୍ଷାର୍ଥୀ ମାନଙ୍କୁ ଶିକ୍ଷା ଅଧ୍ୟୟନ କରିବା ପାଇଁ ଅଧକ୍ଷ ପଟେଲ ଗୁରୁତ୍ୱାରୋପ କରିଥିଲେ । ପରିଶେଷରେ ଗଣିତ ଅଧ୍ୟାପକ ଅମୀୟ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


