ବିଜେଡିର ଜନସଚେତନତା କାର୍ଯ୍ୟକ୍ରମ

ବନ୍ତ,(ଚାନ୍ଦିନୀ ମହାନ୍ତି): କୋଭିଡ୍‌-୧୯ ପରିପେକ୍ଷୀରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗାନ୍ଧୀ ଜୟନ୍ତୀ ଠାରୁ ସମଗ୍ର ରାଜ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏପରିପେକ୍ଷୀରେ ଶୁକ୍ରବାର ବନ୍ତ ବ୍ଲକ ୧୫ନଂ.ଜୋନ୍ ଅଧିନ ଗଭରପୁର ଠାରୁ ବିଜୁ ଜନତା ଦଳ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ବ୍ଲକ ବିଜେଡି ସଭାପତି କମଳାକାନ୍ତ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟା ରେବତୀ ନାୟକ, ବ୍ଲକ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କାଙ୍କ ସମେତ ଶତାଧିକ କର୍ମୀ ଯୋଗ ଦେଇଥିଲେ । ବିଜୁ କଲ୍ୟାଣ ମଣ୍ଡପସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବରିଷ୍ଠ ନେତୃତ୍ୱ ମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ଗଭରପୁର ସାଇ ମନ୍ଦିର ଠାରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ମା’ମଙ୍ଗଳାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା । ପରେ ଘର ଘର ବୁଲି କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସଚେତନତାର ବାର୍ତ୍ତା ପ୍ରଚାର କରିବା ସହ ଲୋକ ମାନଙ୍କୁ ମାସ୍କ ଓ ସାନିଟାଇଜର ବଣ୍ଟନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ