ଜଗତସିଂହପୁର ଜିଲ୍ଲାର ଦାଇତ୍ୱ ନେଲେ ନୂଆ ଜିଲ୍ଲାପାଳ ସରୋଜ ମିଶ୍ର

ଜଗତସିଂହପୁର,(ପିତବାସ ପ୍ରଧାନ): ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସରୋଜ କୁମାର ମିଶ୍ର ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ କାର୍ଯ୍ୟ କ୍ଷେତ୍ରରେ ଶତ ପ୍ରତିଶତ ସହଯୋଗ କାମନା କରିଥିଲେ । ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ଯେପରି ମୁକ୍ତ ଅବାଧ ଓ ନିରପେକ୍ଷ ହୋଇପାରିବ ସେଥିପ୍ରତି ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଜିଲ୍ଲାପାଳ ସୂଚନା ଦେଇଥିଲେ । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ବଦଳି ପାଇଁ ବି.ଜେ.ପି ଓ କଂଗ୍ରେସ ଦଳ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ହୋଇଥିଲେ । ତିର୍ତୋଲ ଉପ ନିର୍ବାଚନ ପରେ ପୁଣି ଶାସକ ଦଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ କରିବା ପାଇଁ ଅଣ୍ଟା ଭିଡିବ ବୋଲି ଜନସାଧାରଣରେ ଆଲୋଚନା ହେଉଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ