ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ରାଜସ୍ଥାନ

ଭୁବନେଶ୍ୱର,(ୱାଇଏନ୍ଏସ୍): ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୩୩ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି । ଏଥିରେ ରାଜସ୍ଥାନ ଦଳର ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଚଳିତ ଆଇପିଏଲରେ ବାଙ୍ଗାଲୋର ଦଳ ଏପର୍ଯ୍ୟନ୍ତ ୮ଟି ମ୍ୟାଚ ଖେଳି ୫ଟିରେ ବିଜୟ ହାସଲ କରିଥିବାବେଳେ ୩ଟିରେ ପରାଜୟ ବରଣ କରିଛି । ଫଳରେ ଦଳ ୧୦ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଛି । ତେବେ ରାଜସ୍ଥାନ ଦଳ ୮ ଟି ମ୍ୟାଚ ଖେଳି ୩ ବିଜୟ ଓ ୫ ପରାଜୟ ସହ ୬ ପଏଣ୍ଟ ପାଇଛି ଓ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ