ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା):ଭଣ୍ଡାରିପୋଖରୀ ଥାନା ଆଲିହା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଥାନାରେ ହୋଇଥିବା ଅଭିଯୋଗ ଅନୁଯାୟୀ ଗତ କିଛିଦିନ ପୂର୍ବରୁ ରାଜେନ୍ଦ୍ର ଆରୁଖ ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିଲା । ଏହାପରେ ଆପତ୍ତିଜନକ ବେଳର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା । ଘଟଣାକୁ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଗିରଫ କରି ୨୧୧/୨୦ରେ ମାମଲା ରୁଜୁ କରିଛି । ଏହା ସହିତ ଦୁଇଜଣଙ୍କ ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାଯାଇଛି । ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରିବା ପାଇଁ ଧାମନଗର ଥାନା ଅଧିକାରୀ ରତିକାନ୍ତ ଗିରିଙ୍କୁ ଦାୟିତ୍ୱ ଦିଆଯାଇଥିବା ଜଣାପଡିଛି ।