ରାଜେନ୍ଦ୍ରପୁର ପଞ୍ଚାୟତରେ ବିଡିଓଙ୍କ ସମୀକ୍ଷା ବୈଠକ
ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସରପଞ୍ଚ ଲକ୍ଷ୍ମୀପ୍ରିୟଦର୍ଶନୀ ଭାରତୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଡିଓ ବିଜୟ କୁମାର ସାହୁ ଯୋଗଦେଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିବାବେଳେ ସ୍ୱଚ୍ଛ ଓଡିଶା ଓ ସୁସ୍ଥ ଓଡିଶା ଅଗ୍ରଗତି ନେଇ ଆଲୋଚନା କରିଥିଲେ । ସମୀକ୍ଷା ବୈଠକରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିକ୍ରମ ସାହୁ, ସରପଞ୍ଚଙ୍କ ପ୍ରତିନିଧି ଜଗନ୍ନାଥ ଭାରତୀ, ଉଦୟନାଥ ବେଜ, ସୀମାରାଣୀ ପଣ୍ଡା, ଦେବାନନ୍ଦ ସେଠୀଙ୍କ ସମେତ ଏସଏଚଜି ମହିଳା ମାନେ ଉପସ୍ଥିତ ଥିଲେ ।