ସାଧାରଣ ଉଦ୍ୟୋଗୀଙ୍କ ବିକାଶ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁନିଅନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ ସାଧାରଣ ଉଦ୍ୟୋଗୀଙ୍କ ବିକାଶ ନିମନ୍ତେ ଏକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଘାତି ହୋଇ ଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାର ଆର୍‌.ଉଦୟଗରି ବ୍ଲକରୁ ୨୨ଜଣ ସ୍ୱୟଂ ସହାୟକ ଗୋଷ୍ଠୀର ମାଁ ମାନେ ତାଲିମ ନିମନ୍ତେ ଯୋଗଦେଇଥିବାବେଳେ ଏହି କାର୍ଯ୍ୟକ୍ରମ ୬ଦିନ ଧରି ଚାଲୁ ରହିବ । ଉଦ୍‌ଘାଟନୀ ଉତ୍ସବରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ୱ କରିଥିବାବେଳେ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ କିଶୋର ଚନ୍ଦ୍ର ନାଇକ ମୁଖ୍ୟ ଅତିଥି ରୂପେ ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ (ପ୍ରଶିକ୍ଷଣ) ଦେବେନ୍ଦ୍ର ନାଥ କର ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ସଭା ଶେଷରେ ଆର୍‌ସେଟିର ପ୍ରଧ୍ୟାପକ ଦିଲ୍ଲୀପ କୁମାର ତନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ