ହିଞ୍ଜିଳି ବ୍ଲକ ରେ ଧାନମଣ୍ଡି ଉଦଘାଟିତ

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାରେ ଚଳିତ ଡିସେମ୍ବର ମାସ ୧୬ ତାରିଖରୁ ଖରିଫ ଧାନ ୨୦୨୧ ସଂଗ୍ରହ ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ହିଞ୍ଜିଳି ବ୍ଲକ ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ବୁଧବାର ଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି।ଏହି ଉପଲକ୍ଷେ ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁଙ୍କ ସଂଯୋଜନାରେ ସମରଝୋଳ ସମବାୟ ସମିତି ଠାରେ ଧାନମଣ୍ଡି ଉଦଘାଟନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛତ୍ରପୁର ଉପ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ମଣ୍ଡିର ଶୁଭ ଉଦଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଏନ ରଘୁନାଥ,ସଭ୍ୟା ନିରୂପମା ବେହେରା,ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ପିତାମ୍ବର ସେଠୀ,ଏରିଆ ମ୍ୟାନେଜର ଜୀବନ ପଟ୍ଟନାୟକ, ନୋଡାଲ ଅଧିକାରୀ ପ୍ରଦୀପ କୁମାର ମହାରଣା, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ବିନାୟକ ବିଶ୍ୱାଳ,ସହକାରୀ କୃଷି ଅଧିକାରୀ ହିଞ୍ଜିଳି ପ୍ରଶାନ୍ତ କୁମାର ନାଥ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରଥମ ଦିବସରେ ୫୦ କୁଇଣ୍ଟାଲ ଧାନ ସଂଗ୍ରହ କରାଯାଇ ଥିଲା।କାର୍ଯ୍ୟକ୍ରମ ରେ ମିଲର ଭାବେ ଶ୍ରୀ ମା ରାଇସ ମିଲ ଅଂଶ ଗ୍ରହଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ