୩୮୬ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ବୁଗୁଡା,(ଅନିଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲା, ବୁଗୁଡା ବ୍ଲକର ୩୮୬ ଜଣ ନୂତନ ହିତାଧିକାରୀଙ୍କୁ ଜାନୁଆରୀ ୧୬ ତାରିଖ ଦିନ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଓ ବିଧବା ଭତ୍ତା ପ୍ରଦାନ କରାଯାଇଛି। ବୁଗୁଡା ବ୍ଲକର ବିଡ଼ିଓ ତନ୍ମୟ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଅତିଥି ଭାବରେ ଯୋଗଦେଇ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ ପ୍ରମୁଖ ମଞ୍ଚାସିନ ଥିଲେ। ବ୍ଲକର ଜିଲ୍ଲା ପରିଷଦ ସଦସ୍ୟ ସଦସ୍ୟା, ବିଭିନ୍ନ ପାଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଙ୍କ ସମେତ ସମସ୍ତ ହିତାଧିକାରୀ ବୃନ୍ଦ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ