ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଗୁରୁତର
ଭଦ୍ରକ : ଶନିବାର ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥର ଭଣ୍ଡାରୀପୋଖରୀ ଦମକଳ କେନ୍ଦ୍ର ନିକଟରେ ସଡ଼କ ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ ପଶ୍ଚିମବଙ୍ଗର ବୋଲି ଜଣାପଡିଛି । ସେମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ବେଳେ ଭଦ୍ରକଠାରେ ଏକ ଆଳୁ ବୋଝେଇ ଟ୍ରକ ସେମାନଙ୍କ କାରକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି ।


