ଶାସଙ୍ଗ ହାଇସ୍କୁଲରେ ନେତାଜୀ ଓ ବୀର ସୁରେନ୍ଦ୍ରସାଏ ଜୟନ୍ତୀ

ହାଟଡିହି, (ବିକାଶ ବିଶ୍ୱାଳ): ହାଟଡିହି ବ୍ଲକ ଶାସଙ୍ଗ ହାଇସ୍କୁଲରେ ନେତାଜୀ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । କୋଭିଡ କଟକଣା ପାଇଁ କୌଣସି ଛାତ୍ରଛାତ୍ରୀଙ୍କୁ ଏହି ଜୟନ୍ତୀ ଉତ୍ସବରେ ସାମିଲ କରାଯାଇ ନଥିବାବେଳେ ପରିଚାଳନା କମିଟି ସଦସ୍ୟ ସଦସ୍ୟା ଓ ଶିକ୍ଷକ ଓ କର୍ମଚାରୀ ମାନଙ୍କୁ ନେଇ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଶାସଙ୍ଗ ପଞ୍ଚାୟତର ସରପଞ୍ଚ ବିମ୍ବାଧର ବିଶ୍ୱାଳ, ଘଟଗାଁ ବ୍ଲକର ଏବିଇଓ ତପୋଧନ ସ୍ୱାଇଁ, ସାମ୍ବାଦିକ କିଶୋର ଆଚାର୍ଯ୍ୟ, ଶିକ୍ଷକ ନବ କିଶୋର ବିଶ୍ୱାଳ, ଶିଶିର କୁମାର ବିଶ୍ୱାଳ, ରାଧାକୃଷ୍ଣ ପତି, ମାଧବାନନ୍ଦ ଜେନା, ପଦ୍ମନାଭ ପଣ୍ଡା, ଲକ୍ଷ୍ମୀକାନ୍ତ ମିଶ୍ର, ଶାନ୍ତନୁ କୁମାର ରାଉତ, ପ୍ରଦୀପ କୁମାର ସ୍ୱାଇଁ, ରମେଶ ଚନ୍ଦ୍ର ନାୟକ, ସତ୍ୟବ୍ରତ ବିଶ୍ୱାଳ, ପର୍ଶୁରାମ ନାୟକ ପ୍ରମୁଖ ଉପସ୍ଥିତ ରହି ନେତାଜୀ ଓ ବୀର ସୁରେନ୍ଦ୍ରସାଏଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ