ବୁଗୁଡ଼ାରେ ଶିକ୍ଷକ ସୌରଭ ସମ୍ମାନ ଉତ୍ସବ

ବୁଗୁଡା,(ଅନିଲ କୁମାର ମହାରଣା): ବୁଗୁଡାର ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ଟ୍ରଷ୍ଟ ପକ୍ଷରୁ ଜାନୁଆରୀ ୩୧ ତାରିଖ ଦିନ ବୁଗୁଡା ମା’ ମାଳିଝୋଳା ପୀଠରେ ଶିକ୍ଷକ ସୌରଭ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଟ୍ରଷ୍ଟର ସଭାପତି ବିଶ୍ୱମୋହନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଉତ୍ସବକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ବୁବୁଡ଼ା ବିଡ଼ିଓ ତନ୍ମୟ ପାତ୍ର, ବୁଗୁଡା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ଓ ବୁଗୁଡା ବିଇଓ ନୀଳମାଧବ ଷଡଙ୍ଗୀ ଯୋଗ ଦେଇଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଶିକ୍ଷକ ଦୀନବନ୍ଧୁ ସ୍ଵାଇଁ, ଗଙ୍ଗାଧର ମହାନ୍ତି, ରବୀନ୍ଦ୍ର ନାଥ ସ୍ଵାଇଁ, ଓ କୁମୁଦ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଶିକ୍ଷକ ସୌରଭ ସମ୍ମାନରେ ସମ୍ମାନିତ କାରାଯାଇଥିଲା। ଟ୍ରଷ୍ଟର ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ପ୍ରକାଶ ଚନ୍ଦ୍ର ରଥ ବିବରଣୀ ପଠନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିବା ବିଇଓ ନୀଳମାଧବ ଷଡଙ୍ଗୀ ମହୋଦୟ ଜାନୁଆରୀ ୩୧ ତାରିଖରେ ଅବସର ନେଉଥିବା ଯୋଗୁଁ ଟ୍ରଷ୍ଟ ପକ୍ଷରୁ ଶ୍ରୀ ଷଡଙ୍ଗୀଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। କାର୍ଯ୍ୟକାରୀ ସଭାପତି ହରେକୃଷ୍ଣ ପାତ୍ର ଧନ୍ୟବାଦ ପ୍ରଦାନ କରିଥିବା ବେଳେ ଉପଦେଷ୍ଟା ନନ୍ଦ କିଶୋର ମିଶ୍ର, ଉପ ସଭାପତି ବିପିନ ବିହାରୀ ପଟ୍ଟନାୟକ, ଯୁଗ୍ମ ସମ୍ପାଦକ ପ୍ରଭାକର ସ୍ଵାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ