କଂଗ୍ରେସରେ ଯୋଗଦେଲେ ଅଶ୍ୱିନ ପୁଜାହାରୀ

କଂଗ୍ରେସ ଭବନରେ ଡାକ୍ତର ଅଶ୍ୱିନୀ ପୂଜାହାରୀ କଂଗ୍ରେସ ପାର୍ଟିରେ ଯୋଗ ଦେଇଛନ୍ତି। ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ମିଶିଛନ୍ତି ପୂଜାହାରୀ । ଚାକିରିରୁ ଇସ୍ତଫା ଦେବା ପରେ ‘ଭିମସାର୍’ର ବହୁଚର୍ଚ୍ଚିତ ପୂର୍ବତନ ନିର୍ଦ୍ଦେଶକ ଡାକ୍ତର ପୂଜାହାରୀ ରାଜନୀତିରେ ଯୋଗ ଦେବେ ବୋଲି ସର୍ବସାଧାରଣ ଆଲୋଚନା କରୁଥିଲେ। କିନ୍ତୁ, ବିଜେପି ନା କଂଗ୍ରେସରେ ଯୋଗ ଦେବେ ତାହା ସେ ସ୍ଥିର କରିନଥିଲେ। ଶେଷରେ ସେ କଂଗ୍ରେସ ପାର୍ଟିରେ ଯୋଗ ଦେବାକୁ ନିଷ୍ପତ୍ତି ଗ୍ରହଣ କରିଥିଲେ। ଡାକ୍ତର ପୂଜାହାରୀ ନିର୍ଦେଶକ ଥିବାବେଳେ ‘ଭିମସାର୍’ରେ ବହୁ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରି ଲୋକଲୋଚନକୁ ଆସିଥିଲେ। ତାଙ୍କ ନାମରେ ଲୁଣ ଚିକିତ୍ସା ଅଭିଯୋଗ ଉଠିବା ପରେ ସରକାର ତାଙ୍କୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଛୁଟିରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଅଳ୍ପ କିଛି ଦିନ ପରେ ଡାକ୍ତର ପୂଜାହାରୀ ନିଜ ତରଫରୁ ଚାକିରିରୁ ଇସ୍ତଫା ଦେଇଥିଲେ।
ସୂଚନାଯୋଗ୍ୟ, ସମ୍ବଲପୁର ଭିମସାର ନିର୍ଦ୍ଦେଶକ ଡକ୍ଟର ଅଶ୍ୱିନୀ ପୂଜାହାରୀଙ୍କ ଲୁଣ ଚିକିତ୍ସା ପଦ୍ଧତିକୁ ନେଇ ବିବାଦ ଦେଖାଦେଇଥିଲା । କ୍ୟାନସର ଭଳି ରୋଗ କିମ୍ବା କୌଣସି ସଂକ୍ରମଣ ସ୍ଥାନରେ ଲୁଣ ଦେଇ ଚିକିତ୍ସା କରୁଥିବାରୁ ବିବାଦ ଘେରକୁ ଆସିଥିଲେ ଭିମସାର ନିର୍ଦ୍ଦେଶକ । ଆଉ ସେଥିପାଇଁ ତାଙ୍କୁ ଛୁଟିରେ ପଠାଯାଇଥିଲା । ବୁର୍ଲା ବଡ ମେଡିକାଲରେ ନିର୍ଦ୍ଦେଶକ ଭାବେ ଯୋଗଦେବା ପରଠାରୁ ଚର୍ଚ୍ଚାରେ ରହିଆସିଛନ୍ତି ଡାକ୍ତର ଅଶ୍ୱିନୀ ପୂଜାହାରୀ । ସରକାରୀ ଚାକିରିରେ ରହି ଘରୋଇ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ବିରୋଧରେ ପଦକ୍ଷେପ ନେଇ ପଶ୍ଚିମାଂଚଳରେ ବେଶ ଲୋକପ୍ରିୟତା ସାଉଁଟିଥିଲେ । ହେଲେ ତାଙ୍କ ଚିକିତ୍ସା ପଦ୍ଧତିକୁ ନେଇ ବଡ ବିବାଦ ମୁଣ୍ଡ ଟେକିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ