ମୋ ସେବା କେନ୍ଦ୍ର ଓ ଓଡିଶା ୱାନ ପୋର୍ଟାଲ ଲୋକାର୍ପିତ, ଘରେ ଲୋକଙ୍କୁ ସେବା ଯୋଗାଇବ

ଭୁବନେଶ୍ୱର, (ୱାଇଏନ୍‌ସ୍‌) ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ ତଥା ପଂଚାୟତିରାଜ ଓ ଲୋକ ସେବା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡିଶା ୱାନ ପୋର୍ଟାଲ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଂଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ ।ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡିଶା ୱାନ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ