ପାଞ୍ଚାୟତ ସମିତିରେ ବିଜୁବାବୁଙ୍କ ଜୟନ୍ତୀ

ବୁଗୁଡା, (ଅନିଲ ମହାରଣା):ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ ମାର୍ଚ୍ଚ ୦୫ ତାରିଖ ଦିନ ବୁଗୁଡା ପାଞ୍ଚାୟତ ସମିତିରେ ପାଳିତ ହୋଇ ଯାଇଛି। ବୁଗୁଡା ବ୍ଲକ ବିଡ଼ିଓ ତନ୍ମୟ ପାତ୍ରଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷା ମାମି ସେନାପତି ଅଧ୍ୟକ୍ଷତା କରିଥିଲେ। ସମ୍ମାନିତ ଅତିଥି ଭାବେ ବୁଗୁଡା ଥାନା ଆରକ୍ଷୀ ନିରୀକ୍ଷକ ଚିତ୍ତରଞ୍ଜନ ବେହେରା, ଉପାଧ୍ୟକ୍ଷ ଟୁକୁନା ସ୍ଵାଇଁ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ଵରୀ ଖଟେଇ, ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକ ପ୍ରମୁଖ ଯୋଗଦେଇଥିଲେ। ଅତିଥି ବୃନ୍ଦ ବିଜୁ ବାବୁଙ୍କ ସାହାସିକତା ଓ ଓଡିଶାକୁ ଭଲ ପାଇବା ସହ କିପରି ଜଣେ ଜାତୀୟ ନେତା ଭାବେ ପରିଚିତ ଥିଲେ ବର୍ଣ୍ଣନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ପାଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ବହୁ ବିଜୁପ୍ରେମୀ ବ୍ୟକ୍ତି ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ