ଆଜି ଗୁରବାର ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ …

ମେଷ :-ଆଜି ନିଜର ସକ୍ଷ ମୁତାବକ କିଛି ଖାଦ୍ୟ କୌଣସି ଅସହାୟ ଲୋକକୁ ସାହାଯ୍ୟ କରନ୍ତୁ ମନର ଆଶା ପୁରଣ ହେବ, ପିତାଙ୍କ ସହିତ ମତଭେଦ ହେବ ଏବଂ ଆଜି ଅଯଥା ଖର୍ଚ୍ଚାନ୍ତ ହେବେ, ଆଜି ରିଷ୍ଟପୂର୍ଣ୍ଣ ଦିବସ ରହିଛି ଘରୁ ବାହାରିଲା ବେଳେ କିଛି ଦହି ଖାଇକି ବାହାରନ୍ତୁ ॥

ବୃଷ :-ଆଜି କୌଣସି ଆର୍ଥିକ କ୍ଷତି ହେବ ଏବଂ ନିଚ୍ଚଲୋକ ଠାରୁ ଅପମାନିତ ହେବେ ମଥାରେ ଚନ୍ଦନ ଲଗାନ୍ତୁ, ସ୍ବାମୀ ସ୍ତ୍ରୀ କିମ୍ବା ପ୍ରେମୀଯୁଗଳ ହିଅନ୍ତୁ ମତାନ୍ତର ସହିତ ମନ ବିଚଳିତ ରହିବ, କିଛି ଖାଦ୍ୟ ଦାନ କରନ୍ତୁ, ଚାକିରି ହେଉ କିମ୍ବା ବ୍ୟବସାୟରେ ସଂପୂର୍ଣ୍ଣ ସତର୍କ ରହିବେ ନଚେତ ଦଣ୍ଡିତ ହୋଇପାରନ୍ତି ॥

ମିଥିନ :-ଅଶୁଭ ଗ୍ରହଙ୍କର ପ୍ରଭାବରେ ଆଜି ସାଧାରଣ କଥାକୁ ନେଇ ବିଶୃଙ୍ଖଳା ଘଟିବ ଫଳରେ ମନ ଦୁର୍ବଳ ରହିବ କାର୍ଯ୍ୟ ବିଗିଡିଯିବ, କୌଣସି ତରବରିଆ ନିଷ୍ପତି ନେବେ ନାହିଁ ନହେଲେ ନିଜର କ୍ଷତି ହେବ, ନିଜର କାମଗୁଡିକ ସହଜରେ ପୁରଣ ହେବନାହିଁ, ଶତୃ ଆଜି ମିତ୍ର ପାଲଟିଯିବ,ନହେଉଥିବା କାମ ସହଜରେ ହୋଇଯିବ, ମନ ଉତ୍ସାହିତ ରହିବ॥

କର୍କଟ :-ପାରିବାରିକ ବୋଝ ସହିତ ଚାକିରି କିମ୍ବା ବ୍ୟବସାୟରେ ଭୁଲବୁଝାବଣାର ଶିକାର ଏବଂ ଅର୍ଥଚିନ୍ତା ବଢିବ, ଆଜି ମନ ସନ୍ଦେହ ଭିତରେ ରହିବ ତେଣୁ ଚାକିରି ହେଉ କିମ୍ବା ବ୍ୟବସାୟ ବିଭିନ୍ନ ସମସ୍ୟା ଉପୁଜିବ, ପ୍ରତି କାମ ବିଳମ୍ବରେ ହାସଲ ହେବ, ପ୍ରତି ମୂହୁର୍ତ୍ତରେ ମନ ଭିତରେ ଅଜଣା ଡର ରହିବ॥

ସିଂହ :-ଗୋଲାପି ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ଏବଂ ନିଜର କିଛି ଅର୍ଥ ଆଜି କାହାକୁ ସାହାର୍ଯ୍ୟ କରନ୍ତୁ ମନମୁତାବକ ଫଳ ମିଳିବ, ପ୍ରବାସରେ ଥିବା ବ୍ୟକ୍ତିମାନଙ୍କର ମାନସିକ ଚିନ୍ତା ବଢିବ, ଅର୍ଥାଭାବ ବଢିବ, ଖର୍ଚ୍ଚ ବଢିଚାଲିବ କିନ୍ତୁ ରୋଜଗାର ସେହି ଅନୁପାତରେ ହେବନାହିଁ॥

କନ୍ୟା :-ଜାଗାବାଡି କିମ୍ବା ନୂଆ କୌଣସି ଗାଡି କିଣିବାର ସମ୍ଭାବନା ଷୃଷ୍ଥି ହେବ, ପୂର୍ବରୁ ନିବେଷ କରିଥିବା ଅର୍ଥର ଲାଭାଶଂ ମିଳିବ, ଆର୍ଥିକ ଅଭିବୃଦ୍ଧି, ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ ଲାଭ କିନ୍ତୁ ମାନସମ୍ନାନରେ କମି ରହିବ, ପ୍ରତି କାଯ୍ୟରେ ମନମୁତାବକ ଫଳ ମିଳିବ, କିନ୍ତୁ ଛାତି କିମ୍ବା ମୁଣ୍ଡ ଜନିତ ଅସୁବିଧା ଭୋଗିବେ ॥

ତୁଳା :-ସରକାରଙ୍କର କୌଣସି ଯୋଜନାରେ ଲାଭାନ୍ବିତ ହେବେ, କିନ୍ତୁ ଅଚାନକ ମୁଣ୍ଡବ୍ୟଥା ଭଳି ଅସୁସ୍ଥତା ମନକୁ ଅଶାନ୍ତ କରିଦେବ, ପିଲାମାନଙ୍କ ମଧ୍ୟରେ ଆତ୍ମବଳ ବଢିବ,ଜିବନର କୌଣସି ଲକ୍ଷ ପୂର୍ଣ୍ଣ ହେବ, ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟର ଅଭାବ ବଢିବ, ଆଜି ଘରୁ ବାହାରିଲା ବେଳେ ଲୁହାକଣ୍ଟ‍ାଟେ ନିଜ ପାଖରେ ରଖି ବାହାରନ୍ତୁ ସବୁବକାମରେ ଜୟ ହେବ॥

ବିଛା :-ଆର୍ଥିକ ଅବନତି ସହିତ କର୍ମକ୍ଷେତ୍ରରେ ଅଶୁଭ ସୂଚନା ବଢିବ ଯୋଜନାରେ ଅସଫଳ ହେବେ, ପାରିବାରିକ ମାନସିକଚାପ ବଢିବ, ଆର୍ଥିକ ଅନାଟନ ବଢିବ, ବିବାହ ଯୋଗ୍ୟ ପିଲାଙ୍କର ବିବାହର ସମ୍ଭାବନା ଷୃଷ୍ଟି ହେବ, ନିତିଦିନ ଜିବନରେ ସଂଘର୍ଷ ବଢି ଚାଲିବ, ଜିବନ ଜିବିକାକୁ ନେଇ ଚିନ୍ତା ଦେଖାଦେବ ॥

ଧନୁ ରାଶି :-ନିଜ ବନ୍ଧୁପରିଜନରେ କିମ୍ବା ସମାଜରେ କଲ୍ୟାଣକାରି କାର୍ଯ୍ୟକରି ଆତ୍ମସମ୍ମାନ ବୃଦ୍ଧି ହେବ, ଆଜି କିଛି ଗୁଡ ଗାଇଙ୍କୁ ନିଜ ହାତରେ ଖୁଆନ୍ତୁ ଅଟକିଥିବା କାମ ପୁରଣ ହେବ, କିଛି ନା କିଛି ମନମୁତାବକ ଇଛା ପୁରଣ ହେବ, ଅନ୍ୟର ସୁଖରେ ସୁଖି ହେବେ ଫଳରେ ମାନସମ୍ନାନ ମିଳିବ॥

ମକର ରାଶି :-ଆୟଠାରୁ ବ୍ୟୟ ବଢିବ ମାତ୍ର କୌଣସି ଅଟକିଥିବା କାର୍ଯ୍ୟ ହାସ ହେବ ଏବଂ ପୁରୁଣା ବକେୟା ମିଳିବ କିମ୍ବା ମିଳିବାର ସମ୍ଭାବନା ଷୃଷ୍ଟି ହେବ, ବନ୍ଧୁପରିଜନରେ ସାହାଯ୍ୟ ମିଳିବ, ଯାହା ଉଦ୍ୟମ କରିବେ ପୁରଣ ହେବ, ଗୃହନିମାଣ ଆଦି କାଯ୍ୟ ଆରମ୍ଭ କରିବେ, ସମୟ ଏତେ ଶୁଭ ରହିବ ନାହିଁ ତେଣୁ ଖଣ୍ଡେ ହଳଦିଆ ବସ୍ତ୍ର ଭଗବାନ ବିଷ୍ଣୁଙ୍କୁ ସମର୍ପି କୌଣସି ଅସହାୟକୁ ଦାନ କରନ୍ତୁ॥

କୁମ୍ଭ ରାଶି :-ଆଜି କିଛି ବିରିଡାଲି କୌଣସି ଦିବ୍ୟାଙ୍ଗଙ୍କୁ ଦାନ କରନ୍ତୁ ରିଷ୍ଠ ଖଣ୍ଡନ ହୋଇ ଶୁଭରେ ଦିନ କଟିବ, ଚେଷ୍ଟା ଅନୁଯାୟୀ ଫଳ ମିଳିବ ନାହିଁ, ରାଜଦଣ୍ଡର ସୁଚନା ରହିଛି ତେଣୁ ପ୍ରତି କ୍ଷେତ୍ରରେ ସତର୍କର ସହିତ ରହିବା ଜରୂରୀ, ସ୍ନାନସାରି ତମ୍ବାପାତ୍ରରେ ଜଳଭରି ଧଳାରାଶି ମିଶାଇ ସୂର୍ଯ୍ୟଙ୍କୁ ଜଳଅର୍ଘ୍ୟ ଦିଅନ୍ତୁ॥

ମୀନ ରାଶି :-ପେଟଏବଂ ଛାତି ଜନିତ ବ୍ୟଥା ଭୋଗିବେ, ଗୃହରେ କିମ୍ବା ସଙ୍ଗସାଥିରେ ବିଶୃଙ୍ଖଳା ଷୃଷ୍ଟି ହେବ, ମନକୁ ଅଜଣା ଭୟ ମଧ୍ୟରେ ଦିନଭରି ରହିବ, ଅର୍ଥ ବ୍ୟୟ ଏବଂ ମାନସିକ ଅଶାନ୍ତି ବଢିବ, ଆୟ ଠାରୁ ବ୍ୟୟ ଅଧିକ ହେବ, ଚାକିରିରେ ଅନିଶ୍ଚିତତା ପରିସ୍ଥିତି ଷୃଷ୍ଟି ହେବ, ମନ ଅସ୍ଥିର ରହିବ ॥

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ