ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ନେଇ ତାଲିମ୍ ଶିବିର
ଛତ୍ରପୁର (ପ୍ରଶାନ୍ତ ମହାରଣା) : ସମଗ୍ରଶିକ୍ଷା ଅଭିଯାନ ଆନୁକୁଲ୍ୟରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଛତ୍ରପୁର ଗୋଷ୍ଠୀ ଶିକ୍ଷାଧିକାରୀ ଅବିନାଶ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନଙ୍କୁ ନେଇ ଏକ ଦିନିକିଆ ତାଲିମ ଶିବିର ସଞ୍ଚାର – ୨ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ନୃସିଂହ ଚରଣ ମିଶ୍ର ଯୋଗ ଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହ ଅଭିଭାବକ ମାନଙ୍କୁ କିଛି ନୂତନ ଦିଗ୍ ଦର୍ଶନ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ସିମାଂଚଳ ଗୌଡ. ଅଶ୍ୱିନୀ କୁମାର ପାଇକରାୟ, ଆର ପି ମହାନ୍ତି , କୃଷ୍ଣ ଚନ୍ଦ୍ର ଦାସ, ଦୀପାଞ୍ଜଳୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ସମସ୍ତକାର୍ଯ୍ୟକ୍ରମକୁ ଅନ୍ତର୍ନିବେଶୀ ଶିକ୍ଷା ସ୍ୱେଚ୍ଛାସେବୀ ସ୍ୱପ୍ନା ମୁଦୁଲୀ ସହଯୋଗ କରିଥିଲେ । ଏହି ଶିବିର ମାର୍ଚ୍ଚ ୧୫ ଠାରୁ ଆରମ୍ଭ ହୋଇ ମାର୍ଚ୍ଚ ମାସ ୩୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟରେ ଅନୁଷ୍ଠିତ ହେବ ।


